ରାଜ୍ୟ

ନାବାଳିକା ଅପହରଣ ଓ ଦୁଷ୍କର୍ମ ମାମଲାରେ ଅଭିଯୁକ୍ତକୁ ୨୦ ବର୍ଷ ଜେଲ, ୨୦ ହଜାର ଟଙ୍କା ଜୋରିମାନା

ଫୁଲବାଣୀ:-୧୫/୧୧(ସଚେତନ ନ୍ୟୁଜ)ଫୁଲବାଣୀ ଅତିରିକ୍ତ ଜିଲ୍ଲା ଦୌରାଜଜ ଏବଂ ସ୍ଵତନ୍ତ୍ର ପୋସ୍କୋ କୋର୍ଟ ବିଚାରପତି ସଞ୍ଜିତ କୁମାର ବେହେରା ଏକ ଅପହରଣ ଓ ଦୁଷ୍କର୍ମ ମାମଲାର ବିଚାରଣା କରି ଘଟଣାର ୧୫ ଜଣ ସାକ୍ଷୀ, ଡାକ୍ତରୀ ରିପୋର୍ଟ ଏବଂ ସାକ୍ଷୀ ପ୍ରମାଣ ଆଧାରରେ ମାମଲାର ଅଭିଯୁକ୍ତ ଅଶୋକ ଓରଫ ଆଶିଷ କୁମାର ନାୟକକୁ ଦୋଷୀ ସାବ୍ୟସ୍ତ କରି ୨୦ ବର୍ଷ ସଶ୍ରମ କାରାଦଣ୍ଡ ଏବଂ ୨୦ ହଜାର ଟଙ୍କା ଜରିମାନା ଦଣ୍ଡରେ ଦଣ୍ଡିତ କରିଛନ୍ତି। ଜରିମାନା ଅନାଦେୟ ଅଭିଯୁକ୍ତକୁ ଆଉ ଅଧିକ ୬ ମାସ ଅଧିକ କାରାଦଣ୍ଡ ଭୋଗିବାକୁ ପଡ଼ିବ ବୋଲି ବିଚାରପତି ନିଜ ରାୟରେ ପ୍ରକାଶ କରିଛନ୍ତି । ସରକାରଙ୍କ ପକ୍ଷରୁ ମାମଲାକୁ ସ୍ୱତନ୍ତ୍ର ପୋସ୍କୋ କୋର୍ଟର ସ୍ଵତନ୍ତ୍ର ପିପି ଅସୀମ ପ୍ରହରାଜ ପରିଚାଳନା କରୁଥିଲେ ।
ପ୍ରାପ୍ତ ସୂଚନା ଅନୁଯାୟୀ ୧୨/୧/୨୦୨୦ ତାରିଖ ଦିନ ୭ ଘଣ୍ଟା ସମୟରେ ନାବାଳିକା ଜଣକ ବଜାର କାମରେ ଯାଇଥିବା ବେଳେ ସେଠାରେ ନାବାଳିକା ଜଣ ଙ୍କୁ ଏକୁଟିଆ ସୁଯୋଗ ନେଇ ଅଭିଯୁକ୍ତ ଆଶିଷ କୁମାର ନାୟକ ବଳପୂର୍ବକ କେଉଁ ଆଡ଼େ ନେଇଯାଇଥି ଲା ଏବଂ ସମସ୍ତଙ୍କୁ ପୀଡିତାକୁ ବିବାହ କରିଥିବା କଥା ପ୍ରଚାର କରିଥିଲା l କୌଣସି ସୂତ୍ରରୁ ପିଡିତା ପରିବାର ଖବର ପାଇ କ ନୂଆଗାଁ ଥାନାରେ ଏତଲା ଦେଇଥିଲେ l ଆହୁରି ମଧ୍ଯ ପରିବାର ଲୋକେ ଶୁଣିବାକୁ ପାଇଲେ ଅଭିଯୁକ୍ତ ପିଡିତା କୁ ଡରାଇ ଧମକାଇ ତୁ ମୋତେ ବିବାହ ନକଲେ ତୋତେ ଜୀବନରେ ମାରିଦେବି ଏବଂ ତୋର ପରିବାରକୁ ଛାରଖାର କରିଦେବି ବୋଲି ମଧ୍ଯ ଧମକ ଦେଇଥିବା ଲିଖିତ ଅଭିଯୋଗ କରିଥିଲେ l ଅଭିଯୋଗ ପ୍ରକାରେ ଥାନା କେଶ୍ ନମ୍ବର ୦୩/୨୦ ରେ ଏକ ମାମଲା ପୋସ୍କୋ ଆଇନ ଅନୁସାରେ ରୁଜ୍ଜୁ କରିବା ସହିତ ଅଭିଯୁକ୍ତକୁ କୋର୍ଟରେ ହାଜର କରାଇଥିଲା।ସେହି ମାମଲାରର ବିଚାରଣ କରି ବିଚାରପତି ଉପରୋକ୍ତ ରାୟ ଶୁଣାଇଛନ୍ତି । ଏଥି ସହିତ ଏହି ମାମଲାରେ ପୀଡିତାର ପରିବାରକୁ ଆଇନସେବା ପ୍ରାଧିକରଣ ତରଫରୁ ୬ ଲକ୍ଷ ଟଙ୍କା କ୍ଷତି ପୂରଣ ରାଶି ଯୋଗାଇ ଦେବାଲାଗି କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ।

ରିପୋର୍ଟ, ରମେଶ ଚନ୍ଦ୍ର ପ୍ରଧାନ, ଫୁଲବାଣୀ
ସମ୍ପାଦକ, ଅଶ୍ୱିନୀ କୁମାର ନନ୍ଦ

Related Articles

Leave a Reply

Your email address will not be published. Required fields are marked *

Back to top button
error: Content is protected !!
×

Powered by WhatsApp Chat

×